ରାଜଧାନୀରେ ଗଡିଲା ଇ-ବସ୍ ଓ ଇ-ରିକ୍ସା, ମହିଳା ଓ କିନ୍ନରଙ୍କୁ ସାରଥୀ ଭାବରେ ନିଯୁକ୍ତି

0
450
cm-naveen-patnaik-inagurate-e-bus-and-e-riksha-in-bhubaneswar

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗଡିଲା ଇ-ବସ୍ ଓ ଇ-ରିକ୍ସା । ନବୀନ ନିବାସ ସାମ୍ନାରେ ପତାକା ଦେଖାଇ ଇ-ବସ୍ ସେବାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ସହରରେ ୧୦ଟି ଇ-ବସ୍ ଚଳାଚଳ କରିବ । ଭୟ ଇ-ରାଇଡ୍‌ ଓ ଇ-ବସ୍‌ ବାୟୁ ଏବଂ ଶବ୍ଦ ପ୍ରଦୂଷଣ ମୁକ୍ତ ହୋଇଥିବା ବେଳେ ଏହି ସେବା ‘ମୋ ବସ୍‌’ ଯାତ୍ରୀମାନଙ୍କ ପ୍ରଥମ ଓ ଶେଷ ମାଇଲ୍‌ ସଂଯୋଗୀକରଣ କରିବ।

ଇ-ବସ୍ ଚଳାଚଳ ପାଇଁ ସ୍ବତନ୍ତ୍ର କ୍ୟାପଟେନଙ୍କୁ ଚୟନ କରାଯାଇ ତାଲିମ ଦେବା ସହିତ ଏହାର ଟ୍ରାଏଲ ରନ୍ କରାଯାଇଛି । ବସରେ ବାଲିବସ୍ଥା ରଖାଯାଇ ଟ୍ରାଏଲ କରାଯାଇଛି । ବସରେ ଯାତ୍ରୀଙ୍କ ସଂଖ୍ୟା ୩୦ରେ ସୀମିତ ରହିବ । ସବୁ ବସ ଶୀତତାପ ନିୟନ୍ତ୍ରିତ । ପଟିଆ ଓ ଭଗବାନପୁରରେ ସ୍ଥାପିତ ଅତ୍ୟାଧୁନିକ ବସ ଡିପୋରେ ବସ ଗୁଡ଼ିକ ରହିବ ।

ସମସ୍ତ ଇ- ବସରେ ଏସି ସୁବିଧା ସହିତ, ମହିଳା ଯାତ୍ରୀମାନଙ୍କ ପାଇଁ ଗୋଲାପୀ ରଙ୍ଗର ସଂରକ୍ଷିତ ସିଟ ରହିଛି । ଏଥିରେ ଗାଇଡ ଭାବେ ୫୦ ପ୍ରତିଶତ ମହିଳା ଏବଂ ମୋ ରାଇଡରେ ଶତ ପ୍ରତିଶତ ମହିଳା ଓ କିନ୍ନରଙ୍କୁ ସାରଥି ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ଥର କ୍ରୁଟ ପକ୍ଷରୁ ମହିଲାମାନଙ୍କୁ ମୋ ବସ ଚାଳନା ପାଇଁ ସୁଯୋଗ ଦିଆଯାଇଛି ।

ଏହି ନୂତନ ସେବାର ଶୁଭାରମ୍ଭ ଉପଲକ୍ଷେ ସାଧାରଣ ଯାତ୍ରୀମାନେ ଜୁଲାଇ ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ବିନା ଟିକେଟ୍‌ରେ ପ୍ରଦୂଷଣ ବିହୀନ ଇ-ବସ୍‌ ଯାତ୍ରାର ଅନୁଭବ ନେଇପାରିବେ। ସେହିପରି ଏହି ସେବା ଦ୍ବାରା ୫୦୦ରୁ ଊର୍ଦ୍ଧ୍ବ ରୋଜଗାର ସୃଷ୍ଟି ହୋଇଥିବା ବେଳେ ଆଗାମୀ ଦିନରେ ଆହୁରି ଅଧିକ ରୋଜଗାର ସୃଷ୍ଟି ହେବାର ସମ୍ଭାବନା ରହିଛି। ଇ-ବସ୍‌ର ଟିକେଟ ମୂଲ୍ୟ ସାଧାରଣ ଏସି ବସ୍‌ ଟିକେଟ୍‌ ମୂଲ୍ୟ ସହିତ ସମାନ ରହିଛି। ଆବଶ୍ୟକ ଯାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବସ୍‌ ଟିକେଟ୍‌ ମୂଲ୍ୟରେ ରିହାତି ପୂର୍ବଭଳି ସମାନ ରହିଛି।

Also Read  Talasara MLA candidate for BJP, Santosh Amat joins BJD