ରୋମ୍ ଓ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ; ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଓଡ଼ିଶାର ସଫଳତା କାହାଣୀ ରଖିବେ ନବୀନ

0
295
Odisha CM To Flag Off Baristha Nagarika Tirtha Yatra Train
Odisha CM To Flag Off Baristha Nagarika Tirtha Yatra Train

ଭୁବନେଶ୍ୱର: ୨୦ତାରିଖରୁ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, 5T ସଚିବ ଭି.କେ ପାଣ୍ଡିଆନ, ଯୋଗାଣ ସଚିବ ଭି.ଭି ଯାଦବ, ଶିଳ୍ପ ସଚିବ ହେମନ୍ତ ଶର୍ମା ଓ ଦିଲ୍ଲୀସ୍ଥିତ ଆବାସିକ କମିଶନର ରବି କାନ୍ତ ମୁଖ୍ୟମନ୍ତ୍ରୀ ସହ ବିଦେଶ ଗସ୍ତରେ ଯିବେ। ଭାଟିକାନରେ ପୋପ୍ ଫ୍ରାନସିସ୍ ଙ୍କୁଭେଟିବା ନେଇ ରହିଛି କାର୍ଯ୍ୟକ୍ରମ । ରାଜ୍ୟରେ ଖାଦ୍ୟ ସୁରକ୍ଷା ନେଇ ଗ୍ରହଣ କରାଯାଇଥିବା ସଫଳ କାର୍ଯ୍ୟକ୍ରମ ସମ୍ପର୍କରେ ମତ ବିନିମୟ କରିବାକୁ ୱାର୍ଲଡ ଫୁଡ ପ୍ରୋଗ୍ରାମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯାଇଛି। ରୋମ ସ୍ଥିତ ୱାର୍ଲଡ଼ ଫୁଡ ପ୍ରୋଗ୍ରାମର ମୁଖ୍ୟାଳୟରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ମୁକାବିଲା ରଣନୀତି ସମ୍ପର୍କରେ ନିଜର ଅନୁଭୁତି ଓ ସଫଳତାର ଚିତ୍ର ଉପସ୍ଥାପନା କରିବେ ମୁଖ୍ୟମନ୍ତ୍ରୀ ।

ରୋମରେ ରହଣୀ ସମୟରେ ମୁଖ୍ୟମନ୍ତ୍ରୀ ଖ୍ରୀଷ୍ଟିଆନ ଧର୍ମଗୁରୁ ପୋପ ଫ୍ରାନସିସ୍ଙଙ୍କୁ ଭାଟିକାନରେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିବ । ୟୁରୋପରେ ରହୁଥିବା ପ୍ରବାସୀ ଓଡିଆଙ୍କୁ ମଧ୍ୟ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟର ସାଂସ୍କୃତି ଓ କଳାର ବିକାଶ ନେଇ ଆଲୋଚନା କରିବେ । ରାଜ୍ୟରେ କଳା ବିକାଶ ନେଇ ଆରମ୍ଭ ହୋଇଥିବା ରୂପାନ୍ତରଣ ପ୍ରକ୍ରିୟାରେ ପ୍ରବାସୀ ଓଡିଆମାନେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଆଲୋଚନା କରିବେ ।

ତା’ ପରେ ଦୁବାଇରେ ଜୁନ ୨୯ ତାରିଖରେ ପୁଂଜିପତି ସମ୍ମଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଦୁବାଇରେ ମିଡିଲ ଇଷ୍ଟ ପୁଂଜିନିବେଶକାରୀଙ୍କ ସହ ରାଜ୍ୟରେ ପୁଂଜିନିବେଶ ନେଇ ଚର୍ଚ୍ଚା କରିବେ ମୁଖ୍ୟମନ୍ତ୍ରୀ । ଓଡିଶା ଏବେ ପୁଂଜିନିବେଶ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି କରିଥିବା ବେଳେ ଶିଳ୍ପ ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇଦେଉଛନ୍ତି ରାଜ୍ୟ ସରକାର । ଓଡିଶାରେ ବୈଦେଶିକ ପୁଂଜିନିବେଶ ନେଇ ଶିଳ୍ପ ବିଭାଗର ଏକ ପ୍ରତିନିଧି ଦଳ ପୁଂଜିନିବେଶକାରୀଙ୍କ ସହ ଆଲୋଚନା କରିବେ ।

Also Read  Odisha CM meets injured servitors during Lingaraj Temple Jagar Yatra