ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
308
draupadi-murmu-in odisha

ଭୁବନେଶ୍ୱର: ଭାରତର ନବନିର୍ବାଚିତ ୧୫ତମ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଦିଲ୍ଲୀ ଗସ୍ତ କରିବେ ନବୀନ ପଟ୍ଟନାୟକ। ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ଶ୍ରୀମତୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ହୋଇଥିଲେ ମଧ୍ୟ ତାଙ୍କ ପାଇଁ ଓଡ଼ିଶାରେ ପ୍ରଚାରର ମଙ୍ଗ ବିଜେଡି ସମ୍ଭାଳିଥିଲା । ତେଣୁ ଏହି କାରଣରୁ ଅଣଏନଡିଏ ଓ ଅଣୟୁପିଏ ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ପଟ୍ଟନାୟକଙ୍କ ସମେତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀଙ୍କୁ ଶପଥ ସମାରୋହରେ ସାମିଲ ହେବେ ବୋଲି ସୂଚନା ମିଳିଛି ।

Also Read  ନାବାଳକ ଆଥଲେଟଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ଗିରଫ ହେଲେ ତିନି ସିନିୟର ଆଥ୍‌ଲେଟ୍‌