ସୋନପୁର ସଡ଼କ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

0
142
Odisha CM To Lay Foundation Stone For The Expansion Of Odisha Bhawan, Mumbai
Odisha CM To Lay Foundation Stone For The Expansion Of Odisha Bhawan, Mumbai

ଭୁବନେଶ୍ବର: ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

Also Read  ଖରାଛୁଟି ସରିବା ପରେ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ

LEAVE A REPLY

Please enter your comment!
Please enter your name here