ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୫ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨ ସଂକ୍ରମିତ । ସୂଚନା ମୁତାବକ ଚିହ୍ନଟ ହୋଇଥିବା ସମସ୍ତ କରୋନା ଆକ୍ରାନ୍ତ ୫ ଜିଲ୍ଲାରୁ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କନ୍ଧମାଳ, ମୟୂରଭଞ୍ଜ, ନୂଆପଡ଼ା ଓ ଷ୍ଟେଟପୁଲରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧କୁ ବୃଦ୍ଧି ପାଇଛି ।
Covid-19 Report For 8th May
New Positive Cases: 8
Of which 0-18 years: 2
In quarantine: 5
Local contacts: 3(Details of local contacts will be shared by concerned District)
1. Balangir: 1
2. Kandhamal: 1
3. Khurda: 3
4. Mayurbhanj: 1
5. Nuapada: 1
6. State Pool: 1— I & PR Department, Odisha (@IPR_Odisha) May 9, 2022

























