ରାଜ୍ୟରେ କରୋନା ସ୍ଥିତି ଉପରେ ସମୀକ୍ଷା ବୈଠକରେ ନିଷ୍ପତି: କଲେଜରେ ଦିଆଯିବ କୋଭିଡ-୧୯ ଟିକା

0
208
Corona vaccination in all colleges of odisha

ଭୁବନେଶ୍ବର: ରାଜ୍ୟର ସବୁ କଲେଜରେ ଦିଆଯିବ କରୋନା ଟିକା । ଇଂଞ୍ଜିନିୟରିଂ କଲେଜ, ହଷ୍ଟେଲ ସହ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ କରୋନା ଟିକା ଦିଆଯିବ। କୋଭିଡକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ମୁଖ୍ୟଶାସନ ସଚିବ ଏନେଇ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଟିକାକରଣ ଉପରେ ପ୍ରାଥମିକତା ଦିଆଯାଇଥିଲା । ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏହା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ସୂଚନାଯୋଗ୍ୟ ଜୁଲାଇ ୧୫ ତାରିଖ ଠାରୁ ୫୯ ବର୍ଷ ବୟସ ଯାଏ ମାଗଣା ବୁଷ୍ଟର ଡୋଜ ଟିକା ପ୍ରଦାନ କରାଯିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି ।

ଜିଲ୍ଲାୱାରୀ ସ୍ଥିତିର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଆସନ୍ତା କାଲିଠାରୁ ୧୮-୫୯ ବର୍ଷ ବୟସ୍କ ଲୋକଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ଼୍ ପରୀକ୍ଷା ସଂଖ୍ୟା ବଢ଼ାଇବା, କଲ୍ ସେଣ୍ଟରକୁ ୨୪x୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀମାନଙ୍କର ଟିକାକରଣ ସହ ସହରାଞ୍ଚଳମାନଙ୍କରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।

Also Read  ପି. ଚିଦାମ୍ବରମଙ୍କ ପୁଅ କାର୍ତ୍ତିଙ୍କ ଘରେ ସିବିଆଇ ରେଡ, ଘର ଏବଂ ଅଫିସ୍ ସମେତ ସ୍ଥାନରେଏକକାଳୀନ ୯ ଟି ସ୍ଥାନରେ ଚଢ଼ଉ

LEAVE A REPLY

Please enter your comment!
Please enter your name here