ସାମୁଦ୍ରିକ ଝଡ଼ ‘ଅସାନି’ ପ୍ରଭାବରେ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା

0
337
Heavy rainfall alert for odisha

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ସାମୁଦ୍ରିକ ଝଡ଼ ‘ଅସାନି’ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେବ। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ୧୧ ତାରିଖ ସକାଳ ସାଢ଼େ ୮ଟା ଯାଏ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୫ କିମି ବେଗରେ ଗତି କରୁଛି ।

ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତରେ ପରିଣତ ହୋଇସାରିଥିବ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ। ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିମି ଏବଂ ପୁରୀ ଠାରୁ ୧୫୩ କିମି ଦୂରରେ ରହିବ। ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

୧୨ ତାରିଖ ଦିନ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଏସବୁ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟକୁ ପବନର ମଧ୍ୟ ଡର ନାହିଁ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଥିବା ବେଳେ ପୁରୀ, ଧାମରା ଓ ପାରାଦୀପକୁ ୨ ନମ୍ବର ବିପଦ ସଙ୍କେତ ଜାରି ହୋଇଛି ।

Also Read  ସଞ୍ଜୟଙ୍କ ବିରୋଧରେ ଦେଶଦ୍ରୋହ ଓ ଉଦ୍ଧବଙ୍କ ବିରୋଧରେ ଏଫଆଇଆର ରୁଜୁ ପାଇଁ ଆଗତ ହେଲା ପିଆଇଏଲ