ହ୍ରାସ ପାଉଛି ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ; ସୁସ୍ଥତା ହାର ବି ବୃଦ୍ଧି ପାଉଛି

0
327

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ପ୍ରାୟ ୧୬ ହଜାରକୁ ଚାଲିଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୬୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୧୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୧,୬୧,୮୯୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୭୩୦ରେ ପହଞ୍ଚିଛ। ଏଥିରେ କେରଳ ରଜ୍ୟ ପିଛିଲା ଭାବେ ୧୫ଜଣଙ୍କ ମୃତ୍ୟୁ ଯୋଗ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୫୫୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୪,୯୯,୬୫୯। ଆଜି ସୁସ୍ଥତା ହାର ରହିଛି ୯୮.୫୦% । ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୫,୫୧୦ ଥିବା ରେକର୍ଡ କରାଯାଇଛି। ସକ୍ରିୟ ଆକ୍ରାନ୍ତ ହାର ହେଉଛି ଦେଶରେ ସମୁଦାୟ ସଂକ୍ରମିତଙ୍କ ୦.୩୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୬,୫୬,୫୪,୭୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୮୧,୮୮,୧୬୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୬୩,୪୧୯ଟି ନମୁନା।

Also Read  ରସିକିଆ ନକଲି ଡାକ୍ତରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ :ଆଜିଠୁ ୫ ଦିନିଆ ରିମାଣ୍ଡ