ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୨୦ ତାରିଖରୁ ଯୁକ୍ତ ୨ରେ ନାମ ଲେଖାଇବା ପାଇଁ ଆବେଦନ କରିପାରିବେ। ଜୁଲାଇ ୨୦ରୁ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଏଥିପାଇଁ ଆବେଦନ କରିପାରିବେ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ତେବେ ସିବିଏସ୍ସି ଓ ଆଇସିଏସ୍ଇ ରେଜଲ୍ଟ ବାହାରିନଥିବାରୁ ଆବେଦନ ତାରିଖ ବଢ଼ିପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି।