ବଜେଟ୍ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ : ବଖାଣିଲେ ରାଜ୍ୟ ସରକାରଙ୍କ ସଫଳତାର ଦସ୍ତାବିଜ

0
384
governor-adress-in-the-budget-session-of-the-legislative-assembly

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ରଖିଛନ୍ତି। ସିଡିଏସ୍ ବିପିନ ରାୱତଙ୍କ ସହ ଦିବଙ୍ଗତ ବିଧାନସଭାର ସଦସ୍ୟ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ସମେତ ୯ ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ। ଏଥିସହ ସେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥଲେ।

ବଜେଟ୍ ଅଧିବେଶନ ଅଭିଭାଷଣରେ ସରକାରଙ୍କ ସଫଳତା ବଖାଣିଲେ ରାଜ୍ୟପାଳ ଗଣେଶୀ ଲାଲ୍ । ମହାମାରୀରୁ ମାଓ ମୁକାବିଲା ଯାଏଁ କେମିତି କାର୍ଯ୍ୟପନ୍ଥା ଅବଲମ୍ବନ କରିଛନ୍ତି ରାଜ୍ୟ ସରକାର ତାହା ଉପରେ ଗୁରୁତ୍ୱାରୋପ କରିଛନ୍ତି ରାଜ୍ୟପାଳ । ମୋ ସରକାର କୋଭିଡ ମହାମାରୀ ଯୋଗୁଁ ୨୦୨୦ ଅପ୍ରେଲ ପହିଲାରୁ ୨୦୨୧ ସେପ୍ଟେମ୍ବର ୧୫ ମଧ୍ୟରେ ଉଭୟ ପିତାମାତା, ମଧ୍ୟରୁ ଜଣେ କିମ୍ବା ପରିବାରର ମୁଖ୍ୟ ଆୟକାରୀଙ୍କୁ ହରାଇଥିବା ସନ୍ତାନ ସନ୍ତତିମାନଙ୍କୁ ସହାୟତା ଯୋଗାଇଦେବା ନିମନ୍ତେ ୨୦୨୧ ମସିହା ଜୁନ୍ ୨୦ ତାରିଖରୁ ‘ଆଶୀର୍ବାଦ’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଯୋଗ୍ୟ ସନ୍ତାନସନ୍ତତି ଏବଂ ସେମାନଙ୍କ ଯନ୍ ନେଉଥିବା ଅଭିଭାବକମାନଙ୍କ ପାଇଁ ମାସିକ ଆର୍ଥିକ ସହାୟତା ତଥା ଅନ୍ୟାନ୍ୟ ସମ୍ମିଳିତ ସହଯୋଗ ପ୍ରଦାନ କରିବା ପାଇଁ ଏହି ଯୋଜନା ପ୍ରବର୍ତ୍ତନ କରାଯାଇଛି । ୧୮,୮୨୭ ଜଣ ବାଳକବାଳିକା ଏହି ଯୋଜନାର ସୁବିଧା ପାଇଛନ୍ତି ।

ଅଭିଭାଷଣରେ ରାଜ୍ୟପାଳ କହିଛନ୍ତି ଯେ, ରାଜ୍ୟରେ ପ୍ରତି ଲୋକକୁ ଉନ୍ନତ ମାନର ସ୍ଵାସ୍ଥ୍ୟ ସେବା ଦିଆଯାଉଛି। ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣାରେ ସେବା ଦିଆଯାଉଛି। କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଞ୍ଜୁର କରିଛନ୍ତି। କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି। କରୋନା ଟେଷ୍ଟିଂ ପାଇଁ ବ୍ଲକ ସ୍ତରରେ ବ୍ୟବସ୍ଥା କରାଯାଇଛି। ୩୦ ଜିଲ୍ଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶୃତିବଦ୍ଧ ଅଛନ୍ତି। ସଡ଼କ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏବେ ଓଡ଼ିଶା ଏକ ବିଦ୍ୟୁତ ବଳକା ରାଜ୍ୟ ହୋଇପାରିଛି। କୋଭିଡରେ ଲୋକଙ୍କୁ କାମ ଦେବାକୁ ୨୧ କୋଟି ଶ୍ରମ ଦିବସ କରାଯାଇଛି। କର୍ମ ସଂସ୍ଥାନ ହରାଇଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି।

 

Also Read  Modi Admires Farmers of Kalahandi