ଭୁବନେଶ୍ୱର: ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୁଦୃଶଃ ଲଘୁଚାପ ସକ୍ରିୟ । ଘନୀଭୂତ ହେଉଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା କରିଛି ପାଣିପାଗ ବିଭାଗ । ଦିନ ତମାମ ମେଘୁଆ ପାଗ ରହିବ । ମଝିରେ ମଝିରେ ପ୍ରବଳ ବର୍ଷିବ । ୨୪ଘଣ୍ଟା ପରେ ବର୍ଷାର ପ୍ରଭାବ କମିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି । ଭୁବନେଶ୍ୱର ଓ କଟକରେ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଝଡ଼ ପବନ ଆଶଙ୍କା ମଧ୍ୟ ରହିଛି । ସମୁଦ୍ର ଆଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର ।