୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋଓ୍ଵାର୍ଣ୍ଣିଂ ଜାରି

0
423
Heavy rainfall alert for odisha

ଭୁବନେଶ୍ୱର: ୫ ଦିନ ପର୍ଯ୍ୟନ୍ତ ଭିଜିିବ ସାରା ରାଜ୍ୟ । ଉପକୂଳ ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୩.୧ରୁ ୫.୮ କିଲୋମିଟର ଉଚ୍ଚତାରେ ସକ୍ରିୟ ରହଛି। ଏହା ଏହାର ପ୍ରଭାବରେ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା ଓ ଉତ୍ତର ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

Also Read  Modalities for regularization of school teachers set; Odisha CM’s nod awaited for notification release