ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0
216
Heavy rainfall alert for odisha

ଭୁବନେଶ୍ୱର: ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ଆଜି ଓ ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ରୁ ୪ ଡିଗ୍ରୀ ତାପମାତ୍ରା କମିଛି । ହେଲେ ଗୁଳୁଗୁଳି ଓ ଗ୍ରୀଷ୍ମ ପ୍ରବାହ କମିନି ।

ଆଜି ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ । ସେହିଭଳି ୨୫ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଣୁ ପାଣିପାଗ କେନ୍ଦ୍ର ଏହି ସବୁ ଜିଲ୍ଲା ପାଣି ୟେଲୋୱାର୍ଣ୍ଣିଂ ଜାରି କରିଛି ।

Also Read  ଇଡି ପଞ୍ଝାରେ ଅଣ୍ଡରୱାର୍ଲ୍ଡ ଡନ୍‌ ଦାଉଦ ଇବ୍ରାହିମ୍‌ଙ୍କ ଭଉଣୀ

LEAVE A REPLY

Please enter your comment!
Please enter your name here