ଆଗାମୀ ୨୪ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା, ୮ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

0
313
Heavy rainfall alert for odisha

ଭୁବନେଶ୍ବର: ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତରରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟାରେ କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଂଜ, ବରଗଡ଼, ସମ୍ବଲପୁର ଓ ନୂଆପଡା ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିଭଳି ଶୁକ୍ରବାର ସୁନ୍ଦରଗଡ, ଦେଓଗଡ଼, କେନ୍ଦୁଝର, ମୟୁରଭଂଜ, ଯାଜପୁର, ଭଦ୍ରକ ଓ ବାଲେଶ୍ଵର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁଁ ସମୁଦ୍ର ମଧ୍ୟ ଅଶାନ୍ତ ରହିଛି । ଫଳରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି ।

Also Read  Fake currency notes scam: 3 persons arrested by District Police of Bargarh in Odisha