୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ଆଲର୍ଟ ଜାରି

0
410
Heavy rainfall alert for odisha

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଓ୍ବେଲ୍ ମାର୍କଡ୍ ଲୋପ୍ରେସର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ,ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣପାଗ ବିଜ୍ଞାନ କେନ୍ଦ୍ର । ତେବେ ଏହି ଅବପାତ ଯୋଗୁଁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ବର୍ତ୍ତମାନ ମୌସୁମୀ ବାୟୁ ସକ୍ରିୟ ରହିଛି ।

ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ (କମଳା) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Also Read  ବାତ୍ୟା ଅସାନୀ ଆଣିବ ବର୍ଷା, ପବନ; ମେ’ ୧୦ରେ ୩ଜିଲ୍ଲା ଏବଂ ୧୧ରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି