ଆସୁଛି ଆଉ ଏକ ଲଘୁଚାପ; ପ୍ରଭାବରେ ରାଜ୍ୟରେ ଆଗାମୀ ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

0
356
Odisha Triggers Its Preparation To Face Cyclonic Storm 'Montha'
Odisha Triggers Its Preparation To Face Cyclonic Storm 'Montha'

ଭୁବନେଶ୍ୱର: ଓଡିଶାର ଦକ୍ଷିଣ ପ୍ରାନ୍ତରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଅଧିକ ବର୍ଷା କରାଇବ । ତେବେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

୮ଟି ଜିଲ୍ଲା ହେଉଛି କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି। ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ମଧ୍ୟ ଆଶଙ୍କା ରହିଛି। ଖାଲୁଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ମଧ୍ୟ ଧୋଇଯିବାର ଆଶଙ୍କା ରହିଛି। ସେହିପରି ୭ରୁ ୧୧ସେଣ୍ଟିମିଟର ଯାଏ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ରାଜ୍ୟରେ ଜୁଲାଇ ମାସରେ ସ୍ୱଭାବିକ ଠାରୁ ୨୨ପ୍ରତିଶତ ଅଧିକ ବର୍ଷା ହୋଇଥିବା ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

Also Read  Child trafficking case at SCB in Cuttack, Odisha: orders given to get DNA test done of babies and couples