ରାଜ୍ୟରେ ଆଜିଠୁ ପୁଣି ବୃଦ୍ଧି ପାଇବ ବର୍ଷାର ପ୍ରକୋପ: ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

0
476
Heavy rainfall alert for odisha

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା । ଆଜିଠୁ ବର୍ଷାର ପ୍ରକୋପ ପୁଣି ବୃଦ୍ଧି ପାଇବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତିନି ଦିନ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ସତର୍କ କରାଯାଇଛି। ରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇପାରେ। ଏହା ସହ ପାଣି ଜମିରହିଲେ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।

Also Read  ତ୍ରିକୋଣୀୟ ପ୍ରେମକୁ ନେଇ ଅଭାବନୀୟ କାଣ୍ଡ : ଯୁବତୀଙ୍କୁ ଛୁରାମାଡ଼ ପରେ ବେକ କାଟିଲେ ଯୁବକ