ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ତାରିଖ ଯାଏ ଜାରି ରହିବ ବର୍ଷା

0
317
Heavy Rains Predicted In Odisha: SRC Asks Collectors Remain Prepared
Heavy Rains Predicted In Odisha: SRC Asks Collectors Remain Prepared

ଭୁବନେଶ୍ୱର: ଆଜିଠୁ ପୁଣି ଭିଜିବ ଓଡ଼ିଶା ।ଆସନ୍ତା ୬ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୬ରୁ ୧୦ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସାଧାରଣ ଅବସ୍ଥାନଠାରୁ ଦକ୍ଷିଣରେ ମୌସୁମୀ ନିମ୍ନ ଚାପରେଖା ଯୋଗୁ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା । ଆସନ୍ତାକାଲିଠାରୁ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହାସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ମୌସୁମୀର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଝଡ-ବର୍ଷା ସହ ପବନ ଘଣ୍ଟା ପ୍ରତି ୪୫ରୁ ୫୫ କୁଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ଫଳରେ ୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି।

Also Read  Chariot making in full swing for Ratha Jatra