ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଜିଠୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

0
199
heavy-rainfall-in-odisha from today

ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବ । ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ । ଏଥିପାଇଁ ୧୭ଜିଲ୍ଲାକୁ ୟେଲୋ ଓ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତା ୭ ତାରିଖରୁ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୫ରୁ ୭ ତାରିଖ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ସତର୍କତା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ବର୍ଷା ରାଜ୍ୟରେ ନିଅଣ୍ଟିଆ ବୃଷ୍ଟିପାତ ଭରଣା କରିବା ବୋଲି ଆଶା କରାଯାଉଛି ।

Also Read  Odisha CM sanctions Rs 5 lakh for treatment of girl, house for family

LEAVE A REPLY

Please enter your comment!
Please enter your name here