ରାଜ୍ୟର ୧୪ ଜିଲ୍ଲାରେ ପ୍ରବଳ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

0
341

ଭୁବନେଶ୍ୱର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସାମୁଦ୍ରିକ ପ୍ରଚଳନ ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ଗତିକରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ତା’ପରେ ଦକ୍ଷିଣ-ପୂର୍ବ ଦିଗରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଝାରସୁଗୁଡା ଦେଇ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।

ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୧ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୋରପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କାନ୍ଧମାଳ, ବୌଦ୍ଧ. ଅନୁଗୁଳ, କଟକ, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ପ୍ରଭୃତି ୧୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Also Read  ପ୍ରଦୀପ୍ତ ମହାପାତ୍ରଙ୍କୁ କେନ୍ଦ୍ରୀୟ ଏମପାନେଲମେଣ୍ଟ