ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା: ଆହୁରି ୪ ଦିନ ବର୍ଷିବ, ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ

0
178
Heavy Rains Predicted In Odisha: SRC Asks Collectors Remain Prepared
Heavy Rains Predicted In Odisha: SRC Asks Collectors Remain Prepared

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିଛି ପ୍ରବଳ ବର୍ଷା । ଆହୁରି ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ବି ପ୍ରବଳ ଢାଳିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି । ୧୪ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବର୍ଷାରେ ଦକ୍ଷିଣ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲା ପ୍ରଭାବିତ ହେବ । ବର୍ଷା ବେଳେ ଘଣ୍ଟାପ୍ରତି ୪୫ରୁ ୫୫ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ଫଳରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ସୃଷ୍ଟି ହେବ । ସେଥିପାଇଁ ଆସନ୍ତା ୧୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଅବପାତ ଛତିଶଗଡ଼ ମୁହାଁ ହେବା ପରେ ନଦୀ ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଫଳରେ ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବଂଶଧାରା ଓ ନାଗାବଳୀରେ ଜଳସ୍ତର ବଢ଼ିବା ସହ ବନ୍ୟା ଆଶଙ୍କା ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବା ସମ୍ଭାବନା ଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ବର୍ଷାରେ ଦୃଶ୍ୟମାନ କ୍ଷମତା କମିବା ସହ ସହରାଞ୍ଚଳରେ କୃତ୍ରିମ ବନ୍ୟା ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ । ସେଥିପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ଏସଆରସି ।

Also Read  ବିବାହ ପାଇଁ ଅର୍ଜୁନ ଆଶ୍ଚର୍ଯ୍ଯ

LEAVE A REPLY

Please enter your comment!
Please enter your name here