ହର ଘର ତ୍ରିରଙ୍ଗା ; ଡାକ ବିଭାଗ ଯୋଗାଇ ଦେଉଛି ଜାତୀୟ ପତାକା

0
213

ନୂଆଦିଲ୍ଲୀ : ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଡାକଘର ପକ୍ଷରୁ ଜାତୀୟ ପତାକା ଗୋଟିକୁ ୨୫ଟଙ୍କା ହିସାବରେ ବିକ୍ରି କରାଯାଉଛି । ଏହି ପତାକାଗୁଡିକୁ କୌଣସି ଦେୟ ବିନା ଘରେ ପହଞ୍ଚାଯାଉଛି । ଇ-ଡାକଘର ପୋର୍ଟାଲ ଜରିଆରେ ମଧ୍ୟ ନାଗରିକମାନେ ଜାତୀୟ ପତାକା ଅନ୍‌ଲାଇନରେ କିଣିପାରିବେ । ଠିକ୍ ସମୟରେ ପତାକା ପହଞ୍ଚାଇବା ଦୃଷ୍ଟିରୁ ନାଗରିକମାନେ ଅଗଷ୍ଟ ୧୨ ତାରିଖ ପୂର୍ବରୁ ଜାତୀୟ ପତାକା ପାଇଁ ଅନ୍‌ଲାଇନ ଅର୍ଡର କରିବାକୁ ଡାକବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

ଦେଶର ନାଗରିକମାନଙ୍କ ନିକଟରେ ଜାତୀୟ ପତାକା ପହଞ୍ଚାଇବା ସୁନିଶ୍ଚିତ କରିବା ନିମନ୍ତେ ଦେଶବ୍ୟାପୀ ଡାକ ବିଭାଗ ପକ୍ଷର ପତାକା ପିଛା ୨୫ଟଙ୍କା ହିସାବରେ ବିକ୍ରୟ ପାଇଁ ବ୍ୟବସ୍ଥା ହୋଇଛି । ବହୁ ସଂଖ୍ୟାରେ ଜନସାଧାରଣ ମଧ୍ୟ ଇ-ଡାକଘର ପୋର୍ଟାଲ ଡାକବିଭାଗ ପହଞ୍ଚାଇବା ବାବଦ ଦେୟ ନ ନେଇ ଦେଶର ଯେ କୌଣସି ସ୍ଥାନରେ ଜାତୀୟ ପତାକା ପହଞ୍ଚାଇବାରେ ବ୍ୟବସ୍ଥା ମଧ୍ୟ କରିଛି । ସମୟୋଚିତ ପତାକା ପାଇବା ସୁନିଶ୍ଚିତ କରିବା ପାଇଁ ନାଗରିକଗଣ ଅଗଷ୍ଟ ୧୨ତାରିଖ ମଧ୍ୟରାତ୍ରୀ ପୂର୍ବରୁ ଅନଲାଇନରେ ଅର୍ଡର କରିବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

Also Read  ବନ୍ଦ ହେଲା ବିବାଦୀୟ ସେଲିବ୍ରିଟି ଚାଟ୍‌ ଶୋ’ କଫି ଓ୍ଵିଥ୍‌ କରନ୍‌

LEAVE A REPLY

Please enter your comment!
Please enter your name here