ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ରତ୍ନବେଦୀରୁ ସ୍ନାନବେଦୀକୁ ବିଜେ ହେଲେ ଶ୍ରୀଜିଉ, ୧୦୮ ଗରା ଜଳରେ ସମାପନ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଲୀଳା

0
184
holy-debasnana-purnima-today

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଭକ୍ତଙ୍କୁ ହାତୀବେଶରେ ଦେଖାଦେବେ କାଳିଆ ସାଆନ୍ତ । ଏଥିପାଇଁ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଚାଲିଛି ସମସ୍ତ ନୀତିକାନ୍ତି। ଦୁଇବର୍ଷ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ । ସ୍ନାନପୂର୍ଣ୍ଣିମାରେ ପୁରୀ ବଡ଼ଦାଣ୍ଡରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଉଛୁଳି ପଡିବ । ଆଜି ପାରମ୍ପରିକ ଭାବେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ବିଜେ ହେବା ପରେ ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।

ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।

ଶ୍ରୀମନ୍ଦିରସ୍ଥ ଉତ୍ତରଦ୍ୱାରରେ ରହିଥିବା ଶୀତଳା ମନ୍ଦିର ପରିସରର ସୁନାକୂଅରୁ ୧୦୮ ଗରା ପାଣିରେ ସ୍ନାନ କରିବାର ରୀତି ରହିଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ୩୫ ଗରା ଜଳରେ ସ୍ନାନ କରୁଥିବା ବେଳେ, ବଡ଼ଠାକୁର ଶ୍ରୀବଳଭଦ୍ର ୩୩ ଗରା ଜଳ ଏବଂ ଦେବୀ ସୁଭଦ୍ରା ମାଆ ୨୨ ଗରା ଜଳରେ ସ୍ନାନ କରିବା ବିଧି ରହିଛି । ସେହିପରି ଚକ୍ରରାଜ ସୁଦର୍ଶନ ଦେବଙ୍କୁ ୧୮ ଗରା ଜଳରେ ସ୍ନାନ କରାଇବାର ବିଧି ରହିଛି ।

ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୁରୀରେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୃତୟନ କରାଯାଇଛି ।

Also Read  ବ୍ରାହ୍ମଣୀର ଭାସିଗଲେ ନବମ ଶ୍ରେଣୀର ୩ ଛାତ୍ର; ୨ ଉଦ୍ଧାର, ଜଣେ ନିଖୋଜ

LEAVE A REPLY

Please enter your comment!
Please enter your name here