୨୪ ଘଣ୍ଟାରେ ଦେଶରେ ୪,୫୧୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୯ଜଣ ମୃତ

0
134

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆଉ କିଛି ବୃଦ୍ଧି ପାଇ ୪୫୦୦ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୫୧୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୫୧୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୮୧,୩୩୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୦୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୭୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୩୦,୮୫୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫୭୮୨। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୪,୧୨,୮୭,୦୦୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୨୯,୦୧,୫୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୭୮,୦୫୯ଟି ନମୁନା।

Also Read  ନୂଆ ଚଳଚ୍ଚିତ୍ର ‘ଗୋଲ୍ଡ’ରେ ପୃଥ୍ୱୀରାଜଙ୍କ ସହ ନାୟିକା ଭୂମିକାରେ ଆସୁଛନ୍ତି ନୟନତାରା

LEAVE A REPLY

Please enter your comment!
Please enter your name here