ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ ଚିହ୍ନଟ, ଆସନ୍ତୁ ଜାଣିବା କେଉଁଠି କେତେ …

0
472

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୬ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୧୧୭କୁ ବୃଦ୍ଧି ପାଇଥିବା ବେଳେ ୧୨୭୫୭୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Also Read  Odisha's Second dose of COVID-19 vaccine drive commences today.