ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ କରୋନା ପଜିଟିଭ ଚିହ୍ନଟ

0
133
Corona Positive case in india today

ଭୁବନେଶ୍ବର: ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୨ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୮ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Also Read  ଚିରାଗ ପାସୱାନଙ୍କ ବାପାଙ୍କ ବଙ୍ଗଳା ଖାଲି କଲା ସରକାରୀ ଟିମ୍‌

LEAVE A REPLY

Please enter your comment!
Please enter your name here