ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ

0
484
India Records 20 K New Covid-19 Cases And 673 Deaths
India Records 20 K New Covid-19 Cases And 673 Deaths

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୨୪୫ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Also Read  ରାଜଧାନୀରେ ଲଜ୍ଜା: ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ