ଖୁବଶୀଘ୍ର ତାତିରୁ ମିଳିବ ଆଶ୍ୱସ୍ତି, ମେ ୫ରେ ଲଘୁଚାପ ସମ୍ଭାବନା !

0
193
low-pressure-area-likely-to-form-on-july 4 in odisha

ଭୁବନେଶ୍ୱର: ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଭିତରେ ଆସିଛି ଆଶ୍ୱସ୍ତିକର ଖବର । ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ ସୃଷ୍ଟିର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ତେବେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ତାତିରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ତାତି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାସହିତ ଆଜି ବି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦ ଦଶମିକ ୪ ଡିଗ୍ରୀ ରେକର୍ଡ କରାଯାଇଛି ।

Also Read  ଆଜିଠୁ ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

LEAVE A REPLY

Please enter your comment!
Please enter your name here