ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଭିତରେ ନେବ ବାତ୍ୟାର ରୂପ

0
401
low-pressure-become-depression

ଭୁବନେଶ୍ଵର: ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଦକ୍ଷିଣ ଆଣ୍ଡମାନ ସାଗର ଓ ଏହାର ଆଖ ପାଖରେ ଅବପାତରେ ପରିଣତ ହେଲା ଲଘୁଚାପ। ପୁରୀ ଠାରୁ ୧୩ ଶହ କିମି ଦୂର ଦକ୍ଷିଣ ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ନେବ ବାତ୍ୟାର ରୂପ । ଆସନ୍ତା ୮ ତାରିଖ ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ଭାରତୀୟ ପାଣିପାଗ ବିଭାଗ କହିଛି । ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୦ ତାରିଖରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଂଚିବା ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ। ତେବେ ଏହି ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ସ୍ଥଳ ଭାଗ ଛୁଇଁବ, ତାହା ଆକଳନ କରାଯାଇନାହିଁ ।

ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ନଛୁଇଁଲେ ବି ଏହାର ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରେ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କିନ୍ତୁ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି। ସେହିଭଳି ୧୧ ତାରିଖରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି।

୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଓ ୧୦ ତାରିଖରେ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳକୁ ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଏଥିସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

Also Read  Daily Covid Positive Cases again cross 1000-mark in Odisha: Know District-wise cases today