ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ; କାଲିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

0
554
Heavy Rains Predicted In Odisha: SRC Asks Collectors Remain Prepared
Heavy Rains Predicted In Odisha: SRC Asks Collectors Remain Prepared

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ଲଘୁଚାପ। ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହପରି ଆସନ୍ତାକାଲି ପାଇଁ ୫ ଜିଲ୍ଲା ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି ।

Also Read  Man arrested for illegally hunting at Chandaka Sanctuary