ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

0
423
low-pressure-turned-to-depression

ଭୁବନେଶ୍ବର: ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଥିବା ବେଳେ ପୁଣି ଆଗାମୀ ୧୨ ଘଂଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ଭୂବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗର ସୂଚନା ମୁତାବକ ବଙ୍ଗୋପସଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବ । ପଶ୍ଚିମ ମିଆଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ପୂର୍ବାହ୍ନ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ଏଥିଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ଇବ୍‌ ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ହୋଇଛି । ସେହିଭଳି ଉପର ମୁଣ୍ଡରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଥିବାରୁ ମହାନଦୀରେ ମଧ୍ୟମଧରଣର ବନ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଆଜିଠାରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।

Also Read  14 Maoists Killed in Police Encounter