ଭୁବନେଶ୍ୱରର ନାଲକୋ ଛକ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0
263
Girl Dies As A Speeding Bus Drags Her Body For 500 Meters In Odisha's Bolangir
Girl Dies As A Speeding Bus Drags Her Body For 500 Meters In Odisha's Bolangir

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଭୁବନେଶ୍ୱର ସ୍ଥିତ ନାଲକୋ ଛକ ନିକଟରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏନେଇ ଜାଣିବାପରେ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ୍ ପହଁଚି ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି। ମୃତ ଯୁବକଙ୍କ ପରିଚୟ ଜଣାପଡିନାହିଁ।

ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସନ୍ଦେହ କରୁଛି ପୋଲିସ। ତେବେ ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Also Read  Surface-to-air missile named 'Spyder' test-fired from Odisha's Chandipur