କଟକକୁ ଫେରିଲା ମାସ୍କ କଟକଣା, ମାସ୍କ ବ୍ୟବହାର ବାଧ୍ୟତାମୂଳକ କଲା ସିଏମସି

0
112
59 H3N2 Influenza Cases Found In Odisha

କଟକ: କଟକରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା । ସିଏମସି ଅଞ୍ଚଳରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ । କଟକରେ ରହୁଥିବା ଲୋକ ଏବଂ ବାହାରୁ କଟକକୁ ଯାଉଥିବା ଲୋକଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ ହୋଇଛି । ଏହାସହ ସାମାଜିକ ଦୂରତା ରକ୍ଷା କରିବାକୁ ସିଏମସି ପକ୍ଷରୁ ପରାମର୍ଶ ଦିଆଯାଇଛି । କୋଭିଡ଼ ସଂକ୍ରମଣ ବଢ଼ିବାରୁ କଟକଣା କଡ଼ା କଲା ପ୍ରଶାସନ । ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ୨୦୦ ଉପରେ ରହୁଛି । ଏହାକୁ ଦୃଷ୍ଟିରେ ରଖି କରୋନା କଟକଣାକୁ କଡା କରିଛି ସିଏମସି । ଗତକାଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିଲା । ଆଇନ୍ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ ନିଆଯିବାର ସଙ୍କେତ ଦେଇଥିଲା ବିଏମସି ।

କିଛି ଦିନର ବ୍ୟବଧନ ପରେ ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି । ଏହାସହ ରାଜ୍ୟରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଶେଷ କରି ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ହାର ଅଧିକ ରହିଛି । ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ ଖୋର୍ଦ୍ଧା ଓ ରାଜଧାନୀରୁ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରହି ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ବିଏମସି ପକ୍ଷରୁ ଜୁଲାଇ ଗାଇଡଲାଇନ ଜାରି କରାଯାଇଛି । ଏଥିରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ଲୋକଙ୍କୁ କୁହାଯାଇଛି ।

Also Read  ମାଗଣା ଯୋଜନା ଜାରି ରଖିଲେ ରାଜ୍ୟମାନଙ୍କ ଅବସ୍ଥା ଶ୍ରୀଲଙ୍କା ଭଳି ହୋଇଯିବ ବୋଲି ମୋଦିଙ୍କୁ ଚେତାଇଲେ ବରିଷ୍ଠ ଅଧିକାରୀ

LEAVE A REPLY

Please enter your comment!
Please enter your name here