ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ କୋଭିଡ୍ ପଜିଟିଭ୍

0
150
today-new-488-corona-positive-case-reported-in-odisha

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ହେଲା କରୋନା ମିଟର। କ୍ରମାଗତ ତିନି ଦିନ ସଂକ୍ରମଣ କମିବା ପରେ ଆଜି ପୁଣି କରୋନାର ଲମ୍ବା ଡିଆଁ । ହଜାରେ ଡେଇଁଛି ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୧୧୨୨ ନୂଆ କେସ୍‌ ସାମ୍ନାକୁ ଆସିଛି । ଖୋର୍ଦ୍ଧାରୁ ସର୍ବାଧିକ ୩୦୭ ନୂଆ କେସ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୫୮ ଓ ସ୍ଥାନୀୟ ଅଞ୍ଚଳରୁ ୪୬୪ ଜଣ ଚିହ୍ନଟ ହୋଇଛନ୍ତି । ୧୮ରୁ କମ୍ ବୟସ ବର୍ଗରୁ ୧୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ ।

ସେହିପରି ସୁନ୍ଦରଗଡରୁ ୧୯୭, କଟକରୁ ୧୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, , ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ ଚିହ୍ନଟ ହୋଇଛନ୍ତି ।

Also Read  ରାଜ୍ୟରେ ସାମାନ୍ୟ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୨ ଜଣ ପଜିଟିଭ

LEAVE A REPLY

Please enter your comment!
Please enter your name here