ରାଜ୍ୟରେ ତଳ ମୁହାଁ କରୋନା ସଂକ୍ରମଣ ଗ୍ରାଫ୍‌, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୭ ଜଣ ପଜିଟିଭ୍

0
174
more 403-new covid-positives-cases identified in odisha today

ଭୁବନେଶ୍ୱର: ରାଜ୍ୟରେ ଖସିଲା କରୋନା ଗ୍ରାଫ୍ । ତଳ ମୁହାଁ କରୋନା ସଂକ୍ରମଣ ମିଟର। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭ ଜଣ, ଖୋର୍ଦ୍ଧାରୁ ୭୮ ଜଣ, ସମ୍ବଲପୁରରୁ ୩୯ ଜଣ,କଟକରୁ ୩୧ ଜଣ, କଳାହାଣ୍ଡିରୁ ୨୧ ଜଣ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୧୫ ଜଣ ଲେଖାଁଏ, ନୟାଗଡ଼ରୁ ୧୪ ଜଣ, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରୁ ୧୧ ଜଣ ଲେଖାଁଏ, ଯାଜପୁର ଓ ରାୟଗଡ଼ା ଜିଲ୍ଳାରୁ ୯ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତିରୁ ୬ ଜଣ, କୋରାପୁଟରୁ ୫ ଜଣ,ବାଲେଶ୍ବର, ଦେବଗଡ଼, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Also Read  ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ୍ ପ୍ରତିଷ୍ଠାନର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

LEAVE A REPLY

Please enter your comment!
Please enter your name here