ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ୯୨୦ ପଜିଟିଭ୍ ଚିହ୍ନଟ

0
320
corona 4th wave-will-come-in-the-next-15-days

ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦିନେ ବଢିଲେ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରୁ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୫୪ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୩ଜଣ, କୋରାପୁଟ ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୬୮ଜଣ, ସୋନପୁର ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୦ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

Also Read  Odisha reports 59 new COVID-19 Cases; Active cases number in State reduce to 787