ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ରାତି ପାହିଲେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ସମୟ ନିର୍ଘଣ୍ଟ ଜାରି କରିଛି । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇଛି । ସକାଳ ୯ରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ହେବ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ । ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ ଟା ଯାଏ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।
ସେହିପରି ପରଦିନ ଉଭାଯାତ୍ରା । ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ଗୋଟାଏ ୩୦ ଓ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏ ଜଗାଦର୍ଶନ କରିପାରିବେ ଭକ୍ତ । ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ନ ଗୋଟାଏ ୩୦ରୁ ୩ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ପାଇଁ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।