ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

0
442
nda-presidential-candidate-draupadi-murmu-arrived-in-odisha

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଦ୍ରୌପଦୀ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ପାରମ୍ପରିକ ଲୋକନୃତ୍ୟ ଓ ଲୋକବାଦ୍ୟରେ କମ୍ପିଥିଲା ବିମାନବନ୍ଦର ପରିସର। ବିମାନବନ୍ଦରରୁ ଉଭୟ ବିଜେଡି ଓ ବିଜେପି ନେତା ତାଙ୍କୁ ପାଛୋଟି ନେଇଥିଲେ । ରଙ୍ଗାରଙ୍ଗ ଶୋଭାଯାତ୍ରାରେ ରାଜ୍ୟ ଅତିଥି ଭବନକୁ ନିଆଯାଇଛି। ଦେଶର ୧୬ ତମ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ମାଟିରୁ ପୂର୍ଣ୍ଣ ସମର୍ଥନ ପାଇଁ ଆସିଛନ୍ତି ଦ୍ରୌପଦୀ ।

ଏହାପରେ ବିଧାନସଭାରେ ପହଞ୍ଚିବେ । ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ବିଧାୟକ ଓ ସାଂସଦଙ୍କୁ ମଧ୍ୟ ବିଧାନସଭାରେ ଭେଟିବେ। ସେହିପରି ରାଜ୍ୟ ଅତିଥି ଭବନରେ ବିଜେପି ବିଧାୟକ, ସାଂସଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମ କରି ଜଣେ ଓଡ଼ିଆ ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ପଦରେ ବସିବାକୁ ଯାଉଛନ୍ତି। ତେଣୁ ଏହା ସମସ୍ତଙ୍କ ପାଇଁ ଗର୍ବର ବିଷୟ। ଦ୍ରୋପଦୀ ମୁର୍ମୁଙ୍କ ପ୍ରତି ସମର୍ଥନ ଯୋଗାଡ଼ରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ଆସିଛନ୍ତି।

Also Read  ପଞ୍ଜାବରେ ବଡ଼ ବିଜୟ ରାସ୍ତାରେ ‘ଆପ୍‌’