ରୋମରେ ପହଁଚିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭାରତର ରାଷ୍ଟ୍ରଦୂତ ନୀନା ମଲହୋତ୍ରାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

0
170
odisha cm-naveen-meet-with-the-indian-ambassador-to-italy-neena-malhotra

ବିଦେଶ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇଟାଲୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମୋଲହୋତ୍ରା । ଉଭୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଖାଦ୍ୟ ସୁରକ୍ଷା ନେଇ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନବୀନ ସାମିଲ ହେବେ । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ୟକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

Also Read  ରାଜ୍ୟରେ ସାମାନ୍ୟ ବଢ଼ିଲା ସଂକ୍ରମଣ : ଦିନକରେ ୧୭୧୨ ଆକ୍ରାନ୍ତ

LEAVE A REPLY

Please enter your comment!
Please enter your name here