ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଆଉ କିଣିବାକୁ ପଡ଼ିବ ନାହିଁ ଜାତୀୟ ପତାକା । ରାଜ୍ୟବାସୀ ମାଗଣାରେ ପାଇବେ ତ୍ରିରଙ୍ଗା ପତାକା । ମାଗଣାରେ ଜାତୀୟ ପତାକା ଯୋଗାଇଦେବ ମିଶନ ଶକ୍ତି ଗୋଷ୍ଠୀ। ଏଥିପାଇଁ ରାଜ୍ୟ ସରକାର ଯୋଗାଇ ଦେଇଛନ୍ତି ଅନୁଦାନ । ଚଳିତ ବର୍ଷ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ହେବାକୁ ଯାଉଥିବାରୁ ଦେଖବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖାଯାଇଛି। ସରକାରୀ ଓ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି ।
ଏହି ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟର ମିଶନ ଶକ୍ତିର ମା ମାନଙ୍କୁ ଜାତୀୟ ପତାକା ତିଆରି ଓ଼ ବଣ୍ଟନ ଦାୟିତ୍ୱ ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ମିଶନ ଶକ୍ତିର ମା ମାନେ ତିରିଶ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ସେମାନଙ୍କୁ ଅନୁଦାନ ଯୋଗାଇ ଦେଇଛନ୍ତି ।