ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାର ସଫଳତାକୁ ଡବ୍ଲୁଏଫପିର ପ୍ରଶଂସା

0
172
Odishas achievements in food security and disaster management are praised by the World Food Program

ଭୁବନେଶ୍ବର: ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତାକୁ ସ୍ବୀକାର କରିଛି ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ- ଡବ୍ଲୁଏଫପି। କ୍ଷୁଧାମୁକ୍ତ ଲକ୍ଷ୍ୟ ହାସଲ ଲାଗି ଡବ୍ଲୁଏଫପି ଓ ଓଡ଼ିଶା ସରକାର ମିଳିତ ଭାବରେ କାର୍ଯ୍ୟକରିବାକୁ ସହମତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ରୋମରେ ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମର ମୁଖ୍ୟାଳୟ ପରିଦର୍ଶନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଗତ ଦୁଇ ଦଶକ ମଧ୍ୟରେ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ହାସଲ କରିବା ସହ ଜଳବାୟୁ ଅନୁକୂଳ ଜୀବିକା ସୃଷ୍ଟି ନିମନ୍ତେ ବିକାଶମୂଳକ କାର୍ଯ୍ୟ କରି ଓଡ଼ିଶା ସମନ୍ବିତ ବିକାଶ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରଗତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା ପରେ ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟକାରୀ ନିର୍ଦ୍ଦେଶକ ଡେଭିଡ୍ ବିସଲେ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ସରକାରଙ୍କ କାର୍ଯ୍ୟ ପ୍ରଶଂସନୀୟ। ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଏହାକୁ ସ୍ୱୀକାର କରେ ବୋଲି ବିସଲେ କହିଛନ୍ତି।

Also Read  ନୀତିଶ କହିଲେ ରାଷ୍ଟ୍ରପତି ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ କେବେ ବି ଚିନ୍ତା କରିନାହାଁନ୍ତି....

LEAVE A REPLY

Please enter your comment!
Please enter your name here