ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା

0
429
odisha-farmers-to-get-rs-2000-kalia-assistance-today

ଭୁବନେଶ୍ବର: ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ମିଳିବ ‘କାଳିଆ’ ଟଙ୍କା। କାଲି ଅକ୍ଷୟ ତୃତୀୟାରେ ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ପ୍ରଦାନ କରିବେ । ଆସନ୍ତାକାଲି ଅପରାହ୍ନରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା । ଏହାଦ୍ବାରା ୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଲାଭ ପାଇବେ। ୮୦୦ କୋଟି ଟଙ୍କା ପ୍ରଦାନ କରାଯିବ । ବର୍ଷକୁ ଦୁଇଥର କାଳିଆ ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଉଛି ।

ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ୨୦୨୨ ବର୍ଷ ପାଇଁ କାଳିଆ ଯୋଜନାରେ ଖରିଫ ସହାୟତା ଟଙ୍କା ମିଳିବ। ଅକ୍ଷୟ ତୃତୀୟା ଅବସରରେ ତଥା ଆସନ୍ତାକାଲି ଅପରାହ୍ନରେ ଲୋକସେବା ଭବନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ପାଳନ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ।

ଉଲ୍ଲେଖଯୋଗ୍ୟ, କୃଷକଙ୍କ ଜୀବିକା ଓ ଆୟ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା କାଳିଆ ଯୋଜନା ଅବଧିକୁ ଆଉ ତିନି ବର୍ଷ ପାଇଁ ବଢ଼ାଇ ଦିଆଯାଇଥିଲା। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା କାଳିଆ ଯୋଜନାର ଅବଧି ୨୦୨୨ ମସିହା ମାର୍ଚ୍ଚ ୩୧ରେ ଶେଷ ହେଉଥିବା ବେଳେ ଏହାକୁ ତିନି ବର୍ଷ ବଢ଼ାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ବର୍ଷକୁ ଦୁଇଟି ପର୍ଯ୍ୟାୟରେ ଚାଷୀଙ୍କୁ କାଳିଆ ସହାୟତା ମିଳିବ।

Also Read  Odisha govt approves Rs 10,000 crore KALIA scheme for farmers