ଭୁବନେଶ୍ୱର: ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ। ଓଟିଇଟି ୨୦୨୧(ଦ୍ୱିତୀୟ) ର ପରୀକ୍ଷା ଫଳ ପ୍ରକାଶିତ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟ www.bseodisha.ac.in ରେ ରେଜଲ୍ଟ ଉପଲବ୍ଧ ହୋଇଛି। ପରୀକ୍ଷାର୍ଥୀ ମାନେ ନିଜର ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ୱେବ ସାଇଟ ରୁ ରେଜଲ୍ଟ ଦେଖିପାରିବେ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ଓଟିଇଟିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର।