ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ, କଳାରେ ପାସହାର ୮୨.୧୦ ପ୍ରତିଶତ

0
438
plus-two-arts-and-vocational-exam-results-declared

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୫ଟା ପରେ ୱେବସାଇଟରେ ପରୀକ୍ଷାଫଳ ଉପଲବ୍ଧ ହେବ । ଛାତ୍ରଛାତ୍ରୀମାନେ ୱେବସାଇଟ୍ www.odisharesults.nic.inରେ ନିଜ ନିଜ ରେଜଲ୍ଟ ଦେଖିପାରିବେ । ତେବେ ଚଳିତବର୍ଷ ଯୁକ୍ତ ଦୁଇ କଳାରେ ପାସହାର ୮୨.୧୦ ପ୍ରତିଶତ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ପାସହାର ସର୍ବାଧିକ ଥିବାବେଳେ, ନବରଙ୍ଗପୁରରେ ଯୁକ୍ତ ଦୁଇ କଳା ଛାତ୍ରଛାତ୍ରୀଙ୍କ ପାସହାର ସବୁଠୁ ନିରାଶଜନକ ରହିଛି । ଯୁକ୍ତ ଦୁଇ କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ସେହିପରି ଧନ୍ଦାମୂଳକ ବିଷୟରେ ୭୦.୩୫ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି। ଅପରାହ୍ନ ୪ଟାରେ ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଅଶ୍ବିନୀ ମିଶ୍ର ପରୀକ୍ଷା ଫଳ ଘୋଷଣା କରିଛନ୍ତି।

ଛାତ୍ରଛାତ୍ରୀମାନେ ନିଜର ରୋଲ୍‌ ନମ୍ବର ଦାଖଲ କରି ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବି ପରୀକ୍ଷା ଫଳ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ। ସୂଚନାଯୋଗ୍ୟ କଳା ବିଭାଗରେ ଏଥର ୨,୧୩ ,୪୦୬ ଓ ଧନ୍ଦାମୂଳକରେ ୫,୮୬୩ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Also Read  Mohan seeks blessings to inaugurate Odia calendar