ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

0
139
President Droupadi Murmu Arrives In Bhubaneswar For A 3-Day Visit To Odisha
President Droupadi Murmu Arrives In Bhubaneswar For A 3-Day Visit To Odisha

ନୂଆଦିଲ୍ଲୀ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାରେ ଶ୍ରୀମତୀ ମୁର୍ମୁ କହିଛନ୍ତି:- “ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି । ରକ୍ଷା ବନ୍ଧନ ହେଉଛି ଭାଇ ପ୍ରତି ଭଉଣୀର ଭଲପାଇବା ଓ ସ୍ନେହର ଅଭିବ୍ୟକ୍ତି ଏବଂ ଏହା ସେମାନଙ୍କ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଦୋହରାଇବାର ଅବସର । ସ୍ୱତଃସ୍ଫୁର୍ତ୍ତ ଭଲପାଇବା ଓ ପରିପୂରକତାର ପ୍ରତୀକ ରକ୍ଷା ବନ୍ଧନ ଲୋକଙ୍କୁ ଆପଣାର କରିଥାଏ । ଭାଇ ଓ ଭଉଣୀ ମଧ୍ୟରେ ପାରସ୍ପରିକ ବିଶ୍ୱାସର ଏହି ପର୍ବ ସମାଜରେ ମହିଳାମାନଙ୍କ ପ୍ରତି ସଦ୍ଭାବ ଓ ସମ୍ମାନକୁ ପ୍ରୋତ୍ସାହିତ କରୁ ବୋଲି କାମନା କରୁଛି ।

Also Read  ୨୨ ରାଜ୍ୟର ଶହେ ସହରରେ ସାଇବର ଅପରାଧୀ : ରାଜଧାନୀରୁ ମାସକରେ ଲୁଟିନେଲେ କୋଟିଏ

LEAVE A REPLY

Please enter your comment!
Please enter your name here