ବରିଷ୍ଠ ବାମପନ୍ଥୀ ନେତା ତଥା ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କ ପରଲୋକ

0
606
fromer-mp-sivaji-patnaik-passed-away

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ବାମପନ୍ଥୀ (CPI-M) ନେତା ଶିବାଜୀ ପଟ୍ଟନାୟକଙ୍କ । ୯୨ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀରୁ ଲଢ଼ି ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୧୯୭୭, ୧୯୮୯ ଏବଂ ୧୯୯୧ରେ ନିର୍ବାଚନ ଜିତି ସେ ୩ଥର ଲୋକସଭାର ସଦସ୍ୟ ରହିଥିଲେ ।

ଗତକାଲି ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ସିପିଆଇ(ଏମ୍) ରାଜ୍ୟ ସମ୍ପାଦକ ଅଳି କିଶୋର ପଟ୍ଟନାୟକ ସୂଚନା ଦେଇଛନ୍ତି।

Also Read  Water scarcity across Odisha increases