ଦେଶରେ କୋଭିଡ୍‌-୧୯ ସଂକ୍ରମଣର ଦ୍ରୁତ ବୃଦ୍ଧି; ୨୪ ଘଣ୍ଟାରେ ୧୭,୧୩୫ ଆକ୍ରାନ୍ତ ଚିହ୍ନଟ

0
348

ନୂଆଦିଲ୍ଲୀ: ଗତ ୨ ଦିନ ଧରି ସଂକ୍ରମଣ ସଂଖ୍ୟା ନିମ୍ନଗାମୀ ହେଉଥିବା ବେଳେ ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ୧୭ ହଜାର ଟପି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତକାଲି ଅର୍ଥାତ୍‌ ମଙ୍ଗଳବାର ଦିନ ଦେଶରେ ସଂକ୍ରମଣ ସଂଖ୍ୟା ୧୪ ହଜାର ତଳକୁ ଖସିଯାଇଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୪୬୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୪୬୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୦,୬୭,୧୪୪ରେ ପହଞ୍ଚିଛି। ଏହି ହିସାବରେ ଦେଶରେ ଦୈନିକ ପଜିଟିଭିଟି ହାର ୩.୬୯% ଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୬୭% ରହିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୪୭୭ରେ ପହଞ୍ଚିଛ। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୮୨୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୪,୦୩,୬୧୦।

ଏହି ଅନୁସାରେ, ଆଜି ଦେଶରେ ସୁସ୍ଥତା ହାର ୯୮.୪୯% ‌ବୋଲି ରେକର୍ଡ କରାଯାଇଛି। ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୭,୦୫୭ ଥିବା ରେକର୍ଡ କରାଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ସଂକ୍ରମଣର ୦.୩୨% ବୋଲି ସ୍ବାସ୍ଥ୍ୟମନ୍ତ୍ରାଳୟ ସୂଚନା ଦେଇଛି। ଦେଶରେ ସକ୍ରିୟ ସଂକ୍ରମଣ ହାର ସମୁଦାୟ ସଂକ୍ରମଣର ୦.୩୩% ‌ହୋଇଥିବା ବ‌େଳେ ସୁସ୍ଥତା ହାର ୯୮.୪୮% ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୪,୮୪,୩୦,୭୩୨ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୬୩,୫୭,୫୩୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୬୪,୯୧୯ଟି ନମୁନା।

Also Read  କାଳବୈଶାଖୀ ନେଇ ରାଜ୍ୟର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ