ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

0
338
plus-2-result

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ କିଛି ଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।

Also Read  ସଂକ୍ରମଣ ପ୍ଲାଟୋ ଷ୍ଟେଜକୁ ନ ଆସିବା ଯାଏ କେବେ କମିବ କହି ହେବନି