ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

0
208
shri-jagannath-medical-college-inaugurated by cm-naveen-patnaik

ପୁରୀ: ପୁରୀରେ ଉଦଘାଟିତ ହେଲା ବହୁ ପ୍ରତୀକ୍ଷିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଭର୍ଚୁଆଲ ମୋଡରେ ଉପସ୍ଥିତ ରହିଥିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ୍ ମାଣ୍ଡଭ୍ୟ । ପ୍ରଥମ ବ୍ୟାଚରେ ଆଡମିଶନ କରିଥିବା ଶହେ ଜଣ MBBS ଛାତ୍ରଛାତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଭାବବିନିମୟ କରିଥିଲେ। କଲେଜରେ ୧୯ଟି ବିଭାଗରେ ପାଠ୍ୟକ୍ରମ ପଢାଯିବ।

ପୁରୀ ବାଲିଗୁଆଳି ନିକଟରେ ୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ନିର୍ମାଣ କରାଯାଇଛି । ୨୦୨୧-୨୦୨୨ ବର୍ଷ ପାଇଁ ଏମବିବିଏସ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଛି । ପ୍ରଥମ ବ୍ୟାଚରେ ୩୦ ଜଣ ଛାତ୍ରୀଙ୍କ ସହ ୭୦ ଜଣ ଛାତ୍ର ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ମାଣ୍ଡଭିୟା ଛାତ୍ରମାନଙ୍କ ସହ ଭର୍ଚ୍ଚୁଆଲରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।

ପ୍ରଥମ ବ୍ୟାଚରେ ମେଡିକାଲ କଲେଜର କ୍ଷମତା ମୁତାବକ ୭୦ ଛାତ୍ର ଓ ୩୦ ଛାତ୍ରୀଙ୍କୁ ମିଶାଇ ୧୦୦ ଜଣ ନାମ ଲେଖାଇଛନ୍ତି । ୧୫୦ ପ୍ରଫେସର, ରିଡର ଓ ବିଶେଷଜ୍ଞଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି । କଲେଜରେ ୪୫୦ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ପାଇଁ ୫ତାଲା ବିଶିଷ୍ଟ ହଷ୍ଟେଲ ବ୍ୟବସ୍ଥା ହୋଇଛି । କଲେର ନୂଆ କୋଠା ନିକଟରେ ୬୫୦ ଶଯ୍ୟା ବିଶିଷ୍ଟ ମେଲିକାଲ ଜଲେ ଡାକ୍ତରଖାନା ନିର୍ମାଣ କରାଯାଉଛି ।

ଏବେ ପ୍ରାଥମିକ ପର୍ଯ୍ୟାୟରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏମବିବିଏସ ଛାତ୍ରଛାତ୍ରୀମାନେ ଶିକ୍ଷା ନେବାର ବ୍ୟବସ୍ଥା କରାଯାଇଛି । ଆସନ୍ତା ଦୁଇବର୍ଷ ମଧ୍ୟରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ପରିସରରେ ନିଜସ୍ୱ ମେଡିକାଲ ନିର୍ମାଣ ଶେଷ ହେବା ପରେ ଏଠାରେ ଆହୁରି ଅଧିକ ଅତ୍ୟାଧୁନିକ ଚିକିତ୍ସା ସୁବିଧା ମିଳିପାରିବ । ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରୋଡର ବାଲିଗୁଆଳିରେ ସ୍ଥାପନ ହୋଇଛି ଶ୍ରୀଜଗନ୍ନାଥ ମେଡିକାଲ କଲେଜ । ଏଠାରେ ଉଭୟ ପର୍ଯ୍ୟଟକ ଓ ପୁରୀ ଜିଲ୍ଲାବାସୀ ଉତ୍ତମ ମାନର ଚିକିତ୍ସା ସୁବିଧା ପାଇ ପାରିବେ ।

Also Read  ପଞ୍ଚାୟତ ନିର୍ବାଚନ : ରାଜନୈତିକ ଦଳ ସହ ଆଲୋଚନା କରିବେ ରାଜ୍ୟ ନିର୍ବାଚନ ଆୟୋଗ

LEAVE A REPLY

Please enter your comment!
Please enter your name here