ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ SRCଙ୍କ ଆଲୋଚନା, ଲୋକଙ୍କୁ ନିରାପଦ ସ୍ଥାନକୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ

0
524
Cyclone Update for Odisha

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନଥିଲେ ବି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍‌ସିଂରେ ଆଲୋଚନା କରିଛନ୍ତି SRC । ଭିସିରେ ପ୍ରସ୍ତୁତ କରାଯାଉଛି ଆକ୍ସନ ପ୍ଲାନ । ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC । ବିପଦ ଆଶଙ୍କା ଥିବା ଅଞ୍ଚଳରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନ ବା ବାତ୍ୟା ଆଶ୍ରୟସ୍ଥଳକୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା, ଲୋକଙ୍କୁ ସ୍ଥାନାନ୍ତରିତ କରିବା ଓ ଜରୁରୀକାଳୀନ ଅପରେସନ ସେଣ୍ଟର ଖୋଲିବା ଉପରେ ବୈଠକରେ ଆଲୋଚନା ହୋଇଛି। ବାତ୍ୟା ସମ୍ପର୍କରେ IMDର ସ୍ପଷ୍ଟ ଚିତ୍ର ଆସିବା ପରେ ଆହୁରି ତ୍ୱରିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି।

Also Read  ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳ